Home ଜିଲ୍ଲା ପରିକ୍ରମା ଆଖଣ୍ଡଳମଣିଙ୍କ ମନ୍ଦିରରେ ଦୀପାବଳୀ ନିତୀ ଚୂଡାନ୍ତ, ରାତ୍ର ୯ଟାରେ ମନ୍ଦିର ଚୂଡାକୁ ଉଠିବ ମହାଦୀପ

ଆଖଣ୍ଡଳମଣିଙ୍କ ମନ୍ଦିରରେ ଦୀପାବଳୀ ନିତୀ ଚୂଡାନ୍ତ, ରାତ୍ର ୯ଟାରେ ମନ୍ଦିର ଚୂଡାକୁ ଉଠିବ ମହାଦୀପ

17

ଭଦ୍ରକ, ୨୯ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଆରଡିପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ପବିତ୍ର ଦୀପାବଳୀରେ ମନ୍ଦିରଚୂଡାକୁ ଉଠିବ ମହାଦୀପ। ଏଥିପାଇଁ ଉଭୟ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ଚୂଡାନ୍ତ ହୋଇଛି ନୀତି ତାଲିକା। ପବିତ୍ର ଦୀପାବଳି ଉତ୍ସବ ଦିନ ଭୋର ୪ଟାରେ ଦ୍ୱାରଫିଟା ଯିବା ପରେ ମଙ୍ଗଳ ଆଳତୀ, ଘର୍ଷଣଲାଗି, ଜଳାଭିଷେକ ନୀତି ସମ୍ପନ୍ନ ହେବା ପରେ ନବବସ୍ତ୍ର ଲାଗି କରାଯାଇ ଦିଗମ୍ବର ବେଶରେ ସଜ୍ଜିତ କରାଯିବ। ସକାଳ ୯ଟାରେ ପହଡଖିଆ ଅନ୍ନନୀତି, ମଧ୍‌ଯାହ୍ନ ୧ଟାରେ ଯୋଗୀବେଶ ଓ ବଡନୀତି, ୧ଘଂଟା ଅବକାଶ(ଶୟନ) ନୀତି ସମ୍ପନ୍ନ ହେବା ପରେ ଦୀପାବଳି ନୀତି ନିମନ୍ତେ ବାବାଙ୍କୁ ବଡସିଂହାର ବେଶରେ ସଜ୍ଜିତ କରାଯାଇ ସଂଧ୍ୟାରେ ଭକ୍ତମାନଙ୍କ ଦ୍ୱାରା ହଜାରହଜାର ଦୀପ ପ୍ରଜ୍ୱଳନ କରାଯିବ। ସନ୍ଧ୍ୟା ୭ଟାରେ ମହାଦୀପ ପ୍ରସ୍ତୁତି କରାଯାଇ ଷୋଡଶ ଉପଚାରରେ ପୂଜାର୍ଚ୍ଚନା ଓ ଅଗ୍ନି ସଂଯୋଗ କରାଯିବା ପରେ ରାତ୍ର ୯ଟାରେ ମନ୍ଦିର ବେଢା ପରିକ୍ରମା କରାଯାଇ ମନ୍ଦିର ଚୂଡାରେ ସ୍ଥାପନ କରାଯିବ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.