Home ଓଡ଼ିଶା ଆଗକୁ ଅଛି ପ୍ରବଳ ବର୍ଷା

ଆଗକୁ ଅଛି ପ୍ରବଳ ବର୍ଷା

1637

ଭୁବନେଶ୍ଵର,୦୧/୧୦,(ଓଡ଼ିଆ ପୁଅ ପି ନାଏକ):ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିବା ଯୋଗୁଁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଜଣାପଡିଛି। ତେବେ ଏହି ବର୍ଷାର ପରିମାଣ  ୩ ତାରିଖ ଆଡ଼କୁ ବଢିବା ସହ, ନବରଙ୍ଗପୁର ନୂଆପଡା, ବରଗଡ, ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ତେବେ ଖାଲି ଏତିକି ନୁହେଁ, ୧୩ଟି ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି । ୧୩ଟି ଜିଲ୍ଲା ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.