Home Top News ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ – ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ – ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

63

ଭୁବନେଶ୍ୱର ୧୧ ସେପ୍ଟେମ୍ବର (ଓଡ଼ିଆ ପୁଅ) ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଶୁଭେଚ୍ଛା ଜଣେଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ। ଗାଁ ଠାରୁ ନେଇ ସହର ଚଳଚଞ୍ଚଳ। ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ନିକଟରେ ଆଜି ନବାନ୍ନ ଲାଗି କରାଯିବ। କୋଭିଡ କଟକଣା ଅନୁଯାୟୀ ଚଳିତ ବର୍ଷ ପାଳନ କରାଯାଉଛି ନୂଆଁଖାଇ। ଆଜି ଘରେ ଘରେ ସମସ୍ତେ ନୂଆ ଖାଇବେ ଓ ନୂଆ ବସ୍ତ୍ର ପରିଧାନ କରିବେ। କୋଭିଡ ନିୟମରେ ଭକ୍ତ ମା’ଙ୍କୁ ଦର୍ଶନ କରିବେ।

ନୂଆଁଖାଇ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ଉନ୍ନତି କାମନା କରିଛନ୍ତି ମୋଦି। ଚାଷୀଙ୍କ ଉଦ୍ୟମ ଓ ରାଷ୍ଟ୍ର ନିର୍ମାଣରେ ଯୋଗଦାନକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ।
ଏନେଇ ପ୍ରଧାନମନ୍ତ୍ରୀ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି
“ନୂଆଁଖାଇ ଜୁହାର୍

ଏହି ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା। ନୂଆଁଖାଇ ଅବସରରେ ଆମେ ଆମ ଚାଷୀ ଭାଇଙ୍କ ଉଲ୍ଲେଖନୀୟ ଉଦ୍ୟମ ଓ ରାଷ୍ଟ୍ର ନିର୍ମାଣରେ ଯୋଗଦାନକୁ ପ୍ରଶଂସା କରିବା।

ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋରତ୍ତର ଉନ୍ନତି କାମନା କରୁଛି।”

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନୂଆଁଖାଇ ଶୁଭେଚ୍ଛା ଜଣେଇଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ଏହି ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି।

ଏନେଇ ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟ୍‌ରେ ଲେଖିଛନ୍ତି

ଗଣପର୍ବ ନୂଆଁଖାଇର୍ ଲାଗି ସମକୁ ହୁରୁଦରୁ ଶୁଭେଚ୍ଛା ଆର୍ ଅଭିନନ୍ଦନ୍। ତିହାର୍ ଭିତରେବି ସଭେ କୋଭିଡ୍ ନିୟମ୍ ମାନୁନ୍। ମାଁ ସମଲେଇ ସମକୁ ସୁଖ୍ ଶାନ୍ତି ଥି ବନେ କରି ରଖିଥାଉନ୍। #ନୂଆଁଖାଇଜୁହାର 🙏

ତେବେ ଭକ୍ତଙ୍କ ଭିଡକୁ ନଜରରେ ରଖି ମା’ଙ୍କର ଦର୍ଶନ ବ୍ୟବସ୍ଥାକୁ ପରିଚାଳନା କମିଟି ପକ୍ଷରୁ ବଦଳାଯାଇଛି। ଦିନ ସାଢେ ୧୨ଟାରୁ ସନ୍ଧ୍ୟା ୫ଟା ୩୦ ଯାଏଁ ମନ୍ଦିର ଖୋଲା ରହିବ। ଘରେ ଘରେ ବନ୍ଧୁବାନ୍ଧବଙ୍କ ସହ ସଭଏଁ ନୂଆଁଖାଇ ପାଳନ କରୁଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.