Home ଆମ ସଂସ୍କୃତି, କଳା ଓ ଐତିହ୍ୟ ଆଡ଼କିଆ ବା ତ୍ରିବିକ୍ରମ ବେଶ

ଆଡ଼କିଆ ବା ତ୍ରିବିକ୍ରମ ବେଶ

72

ପୁରୀ ୧୭ -୧୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି। ଏହି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ। ପ୍ରାତଃ ସମୟରେ ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ ଆରମ୍ଭ ହୋଇଥାଏ। ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି।ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ। ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ। ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ। ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ। ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ।।

ଏହି ବେଶରେ ଘାଗଡା ମାଳି, ବରକୋଳି ମାଳି, ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ। ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର, ମାଳି, ଶ୍ରୀପୟର, ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ।

ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ। ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.