Home ଓଡ଼ିଶା ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ଆଶଙ୍କା

ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ଆଶଙ୍କା

1111

ଭୁବନେଶ୍ଵର,୦୮/୧୦,(ଓଡ଼ିଆ ପୁଅ ପି ନାଏକ):ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି । ଦକ୍ଷିଣ ଉପକୂଳ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଯାହା ଫଳରେ ଆଗାମୀ ୩ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ଆସନ୍ତା ୨୪ ଘଣ୍ଟାରେ କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହାସହ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କଟକ, ନୟାଗଡ, କଳାହାଣ୍ଡି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.