Home ଓଡ଼ିଶା ଏବେ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିବ ସଂପୂର୍ଣ୍ଣ କଟକଣା

ଏବେ ପ୍ଲାଷ୍ଟିକ ବ୍ୟବହାର ଉପରେ ଲାଗିବ ସଂପୂର୍ଣ୍ଣ କଟକଣା

503

ଭୁବନେଶ୍ୱର,୦୧/୧୦,(ଓଡ଼ିଆ ପୁଅ ପି ନାଏକ): ଅକ୍ଟୋବର ୨ରୁ ରାଜ୍ୟର ସମସ୍ତ ସହରାଞ୍ଚଳରେ ବନ୍ଦ ହେବ ‘ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକ’ । ଏନେଇ ରାଜ୍ୟ ସରକାର ଘୋଷଣା କରିଥିବାବେଳେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଣସି ବ୍ୟକ୍ତିବିଶେଷ ପ୍ଲାଷ୍ଟିକ ପଲିଥିନ୍ ଆଦି ଉତ୍ପାଦନ ଓ ବିକ୍ରି କରିପାରିବେ ନାହିଁ । ପ୍ଲାଷ୍ଟିକରୁ ନିର୍ମିତ ଚାମଚ, କପ୍, ପ୍ଲେଟ୍, ଗ୍ଲାସ୍, ପାଉଚ ଆଦି ବ୍ୟବହାର ଉପରେ କଟକଣା ଲଗାଯାଇଛି । ଆଧ୍ୟାତ୍ମିକସ୍ଥଳୀ, ହୋଟେଲ, ରେଷ୍ଟୁରାଣ୍ଟ, କାଫେ, ଭ୍ରାମ୍ୟମାଣ ଖାଦ୍ୟ କାଉଣ୍ଟର, ବିବାହ ଉତ୍ସବ, ଅନୁଷ୍ଠାନ, କାର୍ଯ୍ୟାଳୟରେ ଏକକ ବ୍ୟବହାର ଯୋଗ୍ୟ ପ୍ଲାଷ୍ଟିକ ବ୍ୟବହାର ହେଲେ ସମ୍ପୃକ୍ତ ଅନୁଷ୍ଠାନ ଓ ବ୍ୟକ୍ତିବିଶେ‌ଷ ସେଥିପାଇଁ ଦାୟୀ ରହିବେ ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.