Home ଓଡ଼ିଶା ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

308

ଭୁବନେଶ୍ୱର,୧୩/୦୯,(ଓଡ଼ିଆ ପୁଅ ପି ନାଏକ):ଆହୁରି ୧୨ ଘଣ୍ଟା ବର୍ଷିବ ବର୍ଷା । ପଶ୍ଚିମବଙ୍ଗ ଉପକୂଳ ଓ ସଂଲଗ୍ନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ମୌସୁମୀ ସକ୍ରିୟ ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ଦିନ ପାଗରେ ପରିବର୍ତ୍ତନ ଆସିବ ସହ ବର୍ଷାର ପରିମାଣ କମିବ । ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ଶନିବାର ଓ ରବିବାର ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଶୁକ୍ରବାର ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.