Home ଓଡ଼ିଶା କମିବନି ବର୍ଷିବା !

କମିବନି ବର୍ଷିବା !

1023

ଭୁବନେଶ୍ୱର, ୦୨/୦୮(ଓଡ଼ିଆ ପୁଅ/ପଙ୍କଜିନୀ ନାୟକ): ସାରା ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ଥିବା ବେଳେ ବଙ୍ଗୋପସାଗରରେ  ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ବର୍ଷା ଜାରି ରହିଛି ।

ଫଳରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୫ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ୫ ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଜିଲ୍ଲା ପ୍ରଭୃତି ସାମିଲ ରହିଛି । ୪ରୁ ୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.