Home କୋରାପୁଟ କୋରାପୁଟ ଜିଲ୍ଲାରେ ୧୩୦ଜଣ କରୋନା ପଜିଟିଭ ଚିହ୍ନଟ

କୋରାପୁଟ ଜିଲ୍ଲାରେ ୧୩୦ଜଣ କରୋନା ପଜିଟିଭ ଚିହ୍ନଟ

25

କୋରାପୁଟ୦୭-୦୫(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲାରେ ଶୁକ୍ରବାର ଦିନ  ୫୨ଜଣ ମହିଳାଙ୍କ ସମେତ  ୧୩୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି ।ଆକ୍ରାନ୍ତ ମାନଙ୍କ ମଧ୍ୟରୁ କୋରାପୁଟ ପୌରାଂଚଳରୁ  ୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ  ଜୟପୁର ପୌରାଂଚଳରୁ ୩୫ ,ସୁନାବେଡା ପୌର ପରିଷଦରରୁ  ୧୬ ଏବଂ କୋଟପାଡ ଏନଏସିରୁ  ଜଣେ  ଆକ୍ରାନ୍ତ  ଚିହ୍ନଟ ହୋଇଛନ୍ତି । ସେହିପରି   ବୈପାରିଗୁଡା ବ୍ଲକରୁ ୨,ବୋରିଗୁମ୍ମାରୁ ୫,ଦଶମନ୍ତପୁରରୁ ୨,ଜୟପୁର ବ୍ଲକରୁ ୭  ଓ କୋରାପୁଟ ବ୍ଲକରୁ ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ  କୋଟପାଡ ବ୍ଲକରୁ ୧,ଲମତାପୁଟ ବ୍ଲକରୁ ୫,ଲକ୍ଷ୍ମୀପୁର ବ୍ଲକରୁ ୧୦,ନନ୍ଦପୁର ବ୍ଲକରୁ ୪,ନାରାୟଣପାଟଣା ବ୍ଲକରୁ ୧,ପଟ୍ଟାଙ୍ଗା ବ୍ଲକରୁ ୩ ଏବଂ ସେମିଲିଗୁଡା  ବ୍ଲକରୁ  ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା  ଜଣାପଡିଛି ।  ଅନ୍ୟପକ୍ଷରେ କୋରାପୁଟ ଜିଲ୍ଲାରେ ମଇ ୬  ତାରିଖ ସୁଦ୍ଧା ୪୫-୫୯ ଓ ୬୦ ବର୍ଷରୁ ଉର୍ଦ୍ଧ୍ୱ  ବୟସର  ୨ ଲକ୍ଷ  ୩୫  ହଜାର ୩୫  ଜଣଙ୍କୁ କରୋନା ଟୀକା କରଣ କରାଯାଇଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ସେହିପରି ମଇ ୭ ସୁଦ୍ଧା ଜିଲାର ମୋଟ ୯୭୩୨ ଆକ୍ରାନ୍ତଙ୍କ ଭିତରୁ  ୮୫୭୮ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଥିବାବେଳେ ୧୧୩୩ ଟି ଏକ୍ଟିଭ କେସ ରହିଛି ଓ  ୨୧ ଜଣ କରୋନା  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ  ପକ୍ଷରୁ ସୂଚନା  ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.