Home ଗଞ୍ଜାମ ଖଲ୍ଲିକୋଟ ରାଣୀଙ୍କ ଜନ୍ମ ଜୟନ୍ତୀରେ ମେଗା ରକ୍ତଦାନ ଶିବିର

ଖଲ୍ଲିକୋଟ ରାଣୀଙ୍କ ଜନ୍ମ ଜୟନ୍ତୀରେ ମେଗା ରକ୍ତଦାନ ଶିବିର

121

କୋଦଳା ୦୬/୦୮ (ଓଡ଼ିଆ ପୁଅ/ସୁଶାନ୍ତ କୁମାର ପଟ୍ଟନାୟକ) ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଗୁନିଆପଡ଼ା ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଖଲ୍ଲିକୋଟ ରାଣୀ ସାହେବା କଂ ୮୨ ତମ ଜନ୍ମ ଜୟନ୍ତୀ ପାଳନ ଉପଲକ୍ଷେ ବ୍ଲକର ଜନତା ବିଜ୍ଞାନ ମହା ବିଦ୍ୟାଳୟ ଠାରେ ସୋମବାର ଏହି ରକ୍ତଦାନ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବେଗୁନିଆପଡ଼ା ବ୍ଳକ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦୀପ କୁମାର ପଣ୍ଡା ଯୋଗଦେଇ ରକ୍ତଦାନ ଏକ ମହତ ଦାନ ବୋଲି କହିଛନ୍ତି। ବ୍ଲକ ଅଧ୍ୟକ୍ଷା କେ ରାଜଲକ୍ଷ୍ମୀ ଦୋରାଙ୍କ ସମେତ ବହୁ ବିଜୁ ଜନତା ଦଳର କର୍ମକର୍ତ୍ତା ମାନେ ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିବା ବେଳେ ମୋଟ ୧୫୪ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.