Home Top News ଗଜପତି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଗଜପତି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

45

ଭୁବନେଶ୍ୱର, ଫେବୃୟାରୀ ୧୬ (ଓଡ଼ିଆ ପୁଅ) – ଗଜପତି ଜିଲ୍ଲାର ଆର୍ ଉଦୟଗିରି ବ୍ଲକ ଅନ୍ତର୍ଗତ ସବରପଲ୍ଲୀ ପଂଚାୟତର କଙ୍କଡାଗୁଡା ଠାରେ ଆଜି ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହାସହ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାରକୁ ଶ୍ରୀ ପ୍ରଧାନ ଟ୍ୱିଟ୍ କରି ଗଭୀର ସମବେଦନା ଜଣାଇଛନ୍ତି।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଗଜପତି ଜିଲ୍ଲାରେ ଘଟିଥିବା ଅଭାବନୀୟ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.