Home ଓଡ଼ିଶା ଗତ ତିନି ବର୍ଷରେ ନ୍ୟାସନାଲ୍ ବାମ୍ବୋ ମିଶନ୍‌ରେ ଓଡିଶାକୁ ମିଳିଛି ୬-୭୭ କୋଟି – ଧର୍ମେନ୍ଦ୍ର...

ଗତ ତିନି ବର୍ଷରେ ନ୍ୟାସନାଲ୍ ବାମ୍ବୋ ମିଶନ୍‌ରେ ଓଡିଶାକୁ ମିଳିଛି ୬-୭୭ କୋଟି – ଧର୍ମେନ୍ଦ୍ର ପ୍ରଧାନ

92

ରାଜ୍ୟରେ ବାଉଁଶ ଚାଷର ବିକାଶ ପାଇଁ କେନ୍ଦ୍ରୀୟ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍‌

– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ
– ରାଜ୍ୟର ସାମଗ୍ରିକ ବାଉଁଶ କ୍ଷେତ୍ରର ବିକାଶକୁ ସୁଦୃଢ଼ କରିବା ସହ ବାଉଁଶ ଶିଳ୍ପର ବୃଦ୍ଧି କରିବ
– କ୍ଷୁଦ୍ର, ମଧ୍ୟମ, ମହିଳା ଏବଂ ଜନଜାତି ଚାଷୀ ହେବେ ଲାଭବାନ
– ଏହି ମିଶନ କୃଷକଙ୍କ ଆୟକୁ ବୃଦ୍ଧି କରିବ ଓ ପରିବେଶକୁ ସ୍ୱଚ୍ଛ ଓ ସୁରକ୍ଷିତ ରଖିବ

ନୂଆଦିଲ୍ଲୀ/ଭୁବନେଶ୍ୱର, ସେପ୍ଟେମ୍ବର ୩୦ (ଓଡ଼ିଆ ପୁଅ) – ନ୍ୟାସନାଲ ବାମ୍ବୋ ମିଶନ୍ ଅଧୀନରେ ଗତ ତିନି ବର୍ଷରେ ଓଡ଼ିଶାକୁ ୬-୭୭ କୋଟି ଟଙ୍କା ଅନୁଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅର୍ଥ ରାଜ୍ୟର ସାମଗ୍ରିକ ବାଉଁଶ କ୍ଷେତ୍ରର ବିକାଶକୁ ଅଧିକ ସୁଦୃଢ଼ କରିବା ସହ ବାଉଁଶ ଶିଳ୍ପର ବୃଦ୍ଧି କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଅମାପ ଜଙ୍ଗଲ ସମ୍ପଦରେ ଭରପୂର ଓଡ଼ିଶାରେ ପ୍ରାକୃତିକ ଜଙ୍ଗଲ ସମ୍ପଦର ଏକ ତୃତୀୟାଂଶ ବାଉଁଶ ରହିଛି। ବାଉଁଶ ଚାଷ ରାଜ୍ୟର ଲୋକମାନଙ୍କ ପାଇଁ ବିଶେଷ କରି ଜନଜାତି ଏବଂ ଜଙ୍ଗଲରେ ବସବାସ କରୁଥିବା ଲୋକଙ୍କ ଅର୍ଥନୀତି ଏବଂ ଜୀବିକା ସହ ପରିବେଶର ସୁରକ୍ଷାକୁ ସୁନିଶ୍ଚିତ କରିଛି।

ବଜେଟରେ କୃଷି ଯୋଜନାରେ ମହିଳାଙ୍କ ପାଇଁ ୩୦ ପ୍ରତିଶତ ବ୍ୟବସ୍ଥା ରହିଛି। ନ୍ୟାସନାଲ ବାମ୍ବୋ ମିଶନ୍ ଅଧୀନରେ ଥିବା ଅର୍ଥ ବାଉଁଶ ଚାଷ କ୍ଷେତ୍ରରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୃଷ୍ଟି କରି କ୍ଷୁଦ୍ର, ମଧ୍ୟମ, ମହିଳା ଏବଂ ଜନଜାତି ଚାଷୀଙ୍କ ଆୟକୁ ବୃଦ୍ଧି କରିବ।

ନ୍ୟାସନାଲ ବାମ୍ବୋ ମିଶନ୍ ବଜାରର ଆବଶ୍ୟକତା ଅନୁଯାୟୀ ବାଉଁଶ କାରିଗରୀ ମାନଙ୍କ ଦକ୍ଷତା ବିକାଶ କରିବା ଦିଗରେ କାର୍ଯ୍ୟ କରୁଛି। ଏହି ମିଶନ କୃଷକଙ୍କ ଆୟକୁ ବୃଦ୍ଧି କରିବା ସହ ପରିବେଶକୁ ସ୍ୱଚ୍ଛ ଓ ସୁରକ୍ଷିତ ରଖିବାରେ ବିଶେଷ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.