Home Top News ଘରୋଇ ଅଶୋଧିତ ତୈଳ ବିକ୍ରି ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

ଘରୋଇ ଅଶୋଧିତ ତୈଳ ବିକ୍ରି ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

72

ନୂଆ ଦିଲ୍ଲୀ ୩୦-୬ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ‘ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ଉପରୁ ନିୟନ୍ତ୍ରଣ ପ୍ରତ୍ୟାହାର’ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଅଶୋଧିତ ତୈଳ ଏବଂ କଣ୍ଡେନସେଟ୍ ଆବଣ୍ଟନକୁ ବନ୍ଦ କରିବା ଲାଗି ଏହି ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟର ନିଷ୍ପତ୍ତି ୧ ଅକ୍ଟୋବର ୨୦୨୨ ଠାରୁ ଲାଗୁ ହେବ। ଏହି ନିଷ୍ପତ୍ତି ଫଳରେ ସମସ୍ତ ଅନ୍ବେଷଣ ଏବଂ ଉତ୍ପାଦନ (ଇଏଣ୍ଡପି) ଅପରେଟରଙ୍କ ପାଇଁ ସ୍ବାଧୀନ ବିପଣନ ସୁନିଶ୍ଚିତ ହୋଇପାରିବ। ସରକାର, କିମ୍ବା ତାଙ୍କ ନୋମିନୀ ଅଥବା ସରକାରୀ କମ୍ପାନୀଗୁଡ଼ିକୁ ଅଶୋଧିତ ତୈଳ ବିକ୍ରି କରିବା ଲାଗି ଉତ୍ପାଦନ ସହଭାଗିତା ଚୁକ୍ତିନାମା (ପିଏସସି)ର ସର୍ତ୍ତକୁ ତଦନୁଯାୟୀ କୋହଳ କରାଯିବ। ସବୁ ଇଏଣ୍ଡପି କମ୍ପାନୀଙ୍କୁ ଏବେ ଘରୋଇ ବଜାରରେ ନିଜ କ୍ଷେତ୍ରରୁ ଅଶୋଧିତ ତୈଳ ବିକ୍ରି କରିବା ନିମନ୍ତେ ସ୍ବାଧୀନତା ମିଳିପାରିବ। ସବୁ ଚୁକ୍ତିନାମାରେ ରୟାଲିଟି, ଉପକର, ଆଦି ଭଳି ରାଜସ୍ବର ଗଣନା ଏକସମାନ ଆଧାରରେ ହିସାବ କରାଯିବ। ତେବେ ପୂର୍ବ ବ୍ୟବସ୍ଥା ଭଳି, ରପ୍ତାନି ନିମନ୍ତେ ଅନୁମତି ମିଳିବ ନାହିଁ।

କ୍ୟାବିନେଟର ଏହି ନିଷ୍ପତ୍ତି ଆର୍ଥିକ ଗତିବିଧିକୁ ପ୍ରୋତ୍ସାହନ ଦେବ, ଅପଷ୍ଟ୍ରିମ୍ ତୈଳ ଏବଂ ଗ୍ୟାସ କ୍ଷେତ୍ରରେ ନିବେଶକୁ ପ୍ରୋତ୍ସାହିତ କରିବ ଏବଂ ୨୦୧୪ ଠାରୁ ଆରମ୍ଭ କରାଯାଇଥିବା ବିଭିନ୍ନ ପରିବର୍ତ୍ତନକାରୀ ସଂସ୍କାରକୁ ତ୍ବରାନ୍ବିତ କରିବ। ବ୍ୟବସାୟିକ ସୁଗମତା ଏବଂ ଅପରେଟର/ଉଦ୍ୟୋଗମାନଙ୍କୁ ଆବଶ୍ୟକତା ଅନୁଯାୟୀ ପରିଚାଳନା ସମ୍ବନ୍ଧୀୟ ସୁବିଧା ଯୋଗାଇ ଦେବା ଉପରେ ଧ୍ୟାନ କେନ୍ଦ୍ରିତ କରାଯାଇଛି। ଏଥିପାଇଁ ତୈଳ ଏବଂ ଗ୍ୟାସ ଉତ୍ପାଦନ, ମୌଳିକ ଭିତ୍ତିଭୂମି ଓ ବିପଣନ ସହ ଜଡ଼ିତ ନୀତିକୁ ଆହୁରି ଅଧିକ ସ୍ବଚ୍ଛ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.