Home Top News ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକଙ୍କ ଗିରଫଦାରୀ ଅନେକ ପ୍ରଶ୍ନ ସୃଷ୍ଟି କରୁଛି –...

ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକଙ୍କ ଗିରଫଦାରୀ ଅନେକ ପ୍ରଶ୍ନ ସୃଷ୍ଟି କରୁଛି – ଧର୍ମେନ୍ଦ୍ର ପ୍ରଧାନ

47

– ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ
– ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା, ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ୍
– କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ
– ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ
– କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରୁଛନ୍ତି, ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି

ଭୁବନେଶ୍ୱର, ମଇ ୦୧ (ଓଡ଼ିଆ ପୁଅ) – ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଘଟଣାରେ ଚିନ୍ତାପ୍ରକଟ କରିବା ସହ ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ତରବରିଆ ଭାବେ ଗିରଫ କରାଯିବା ଚିନ୍ତାର ବିଷୟ। ଜଣେ ଜନପ୍ରତିନିଧିଙ୍କର ଦାୟିତ୍ୱ ହେଉଛି ଜନସାଧାରଣଙ୍କ କାର୍ଯ୍ୟ କରିବା ଓ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରିବା। ଏଥିରେ ବାଧା ସୃଷ୍ଟି କରାଯିବା ଅନୁଚିତ୍।

ଜନପ୍ରତିନିଧି ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିଲେ ହିଁ ସାଧାରଣ ଲୋକଙ୍କ କାର୍ଯ୍ୟ ସହଜ ହୋଇଥାଏ। କିନ୍ତୁ କିଛି ସରକାରୀ ଅଧିକାରୀ ନିଜର କର୍ତ୍ତବ୍ୟ ଓ ଦାୟିତ୍ୱକୁ ସୁଚାରୁରୂପେ ପାଳନ ନ କରି ଦଳୀୟ ଆଧାରରେ କାର୍ଯ୍ୟ କରି ଜନତାଙ୍କ ସମସ୍ୟାକୁ ଅଣଦେଖା କରିବା ସହ ବିକାଶମୂଳକ କାର୍ଯ୍ୟରେ ବାଧା ସୃଷ୍ଟି କରୁଛନ୍ତି ; ଯାହାଫଳରେ ଜନଅସନ୍ତୋଷ ଦେଖାଯାଉଛି। ଏହାର ଏକ ଉଦାହରଣ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ଗିରଫଦାରୀ।

ଜନସାଧାରଣଙ୍କ ସମସ୍ୟାକୁ ସମାଧାନ କରିବାକୁ ଯାଇ ବିଧାୟକ ଶ୍ରୀ ପାଣିଗ୍ରାହୀ ଗିରଫ ହେବା ଅନେକ ପ୍ରଶ୍ନ ସୃଷ୍ଟି କରୁଛି। କିଛି ଅଧିକାରୀମାନେ ନିଜର କାର୍ଯ୍ୟଶୈଳିକୁ ନ ସୁଧାରି ବିରୋଧୀ ଦଳର ନେତା ମାନଙ୍କ ସ୍ୱରକୁ ଚାପିବା ପାଇଁ ଆଇନର ଅପବ୍ୟବହାର କରୁଛନ୍ତି, ଯାହା ଗଣତନ୍ତ୍ର ପାଇଁ ବିପଦଜନକ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.