ad
କନ୍ଧମାଳ

ଟାଟା ମ୍ୟାଜିକ୍ ଗାଡ଼ି ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଫେରାର୍

ବାଲିଗୁଡ଼ା, ୬/୭-(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ତଗାକିଆ ନିକଟସ୍ଥ ୫୯ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟାଟା ମ୍ୟାଜିକ୍ ଗାଡ଼ି ଧକ୍କାରେ ୯୦ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସୂଚନା ପ୍ରକାରେ ସୋମବାର ସକାଳେ ପ୍ରାୟ ୧୦ଟା ସମୟରେ ବାଲିଗୁଡ଼ା ରୁ ତୁମୁଡ଼ିବନ୍ଧ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ଟାଟା ମ୍ୟାଜିକ୍ ଗାଡ଼ି ଓଡ଼ି ୧୨ ସି- ୬୭୧୧ ଦୃତ ଗତିରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଚାଲିଚାଲି ଯାଉଥିବା ଜଣେ ୯୦ ବର୍ଷୀୟ ବୃଦ୍ଧଙ୍କୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଟାଟା ମ୍ୟାଜିକ୍ ଗାଡ଼ିରେ ଯାଉଥିବା ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ପଥଚାରୀ ବୃଦ୍ଧ ଜଣକ ଗୁରୁତର ହୋଇପଡିଥିଲେ। ଗୁରୁତର ଅବସ୍ଥାରେ ପରିବାର ଲୋକେ ବୃଦ୍ଧଙ୍କୁ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ଡାକ୍ତରଖାନାରେ ଡାକ୍ତର ବୃଦ୍ଧଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ବୃଦ୍ଧ ଜଣକ ତଗାକିଆ ଗ୍ରାମର ପ୍ରହଲ୍ଲାଦ ମଲ୍ଲିକ ବୋଲି ସୂଚନା ମିଳିଛି। ସେପଟେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଡ୍ରାଇଭର ଫେରାର୍ ହୋଇଯାଇଛି। ଘଟଣାସ୍ଥଳରେ ବାଲିଗୁଡ଼ା ପୋଲିସ୍ ପହଁଚି ଗାଡ଼ି ଜବତ କରିବାସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top