Home ଓଡ଼ିଶା ଟ୍ରକ ଓଲଟି ଲାଗି ଗଲା ନିଆଁ

ଟ୍ରକ ଓଲଟି ଲାଗି ଗଲା ନିଆଁ

220

ମୟୁରଭଞ୍ଜ, ୦୧/୦୮, (ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ଆଜି ସକାଳେ ଟ୍ରକଟି ଖୁଣ୍ଟା ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ରାଜପଥ ତଳକୁ ଓଲଟି ପଡିଥିଲା। ପରେ ନିଆଁ ଲାଗି ହୁତୁ ହୁତୁ ହୋଇ ଜଳିଯାଇଥିଲା। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ।

ତେବେ ଏହି ଦୁର୍ଘଟଣାରୁ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି।ମୟୁରଭଞ୍ଜ ଜିଲ୍ଲା ଖୁଣ୍ଟା ଥାନା କେନାଲ ଛକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲେ। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଏବେ ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.