Home ଜିଲ୍ଲା ପରିକ୍ରମା ଡ. ମହତାବଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

ଡ. ମହତାବଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ

16

ଭଦ୍ରକ, ୨୧ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ନବ ଓଡ଼ିଶାର ନିର୍ମାତା, ବମ୍ବେର ପୂର୍ବତନ ରାଜ୍ୟପାଳ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଡ. ହରେକୃଷ୍ଣ ମହତାବଙ୍କ ପୂର୍ଣ୍ଣଳବୟବ ପ୍ରତିମୂର୍ତ୍ତି ଆଜି ଅପରାହ୍ନରେ ଉନ୍ମୋଚିତ ହୋଇ ଯାଇଛି । ଡ. ମହତାବଙ୍କ ଜନ୍ମ ମାଟି ଆଗରପଡା ଠାରେ ଏହି ପ୍ରତିମୂର୍ତ୍ତି ଅନାବରଣ କରାଯାଇଛି । ଆଗରପଡା କୁପାରୀ ଛକ ଠାରେ ଆଜି ଅପରାହ୍ନରେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ପ୍ରତିମୂର୍ତ୍ତି ଅନାବରଣ କରିଥିଲେ । ଡ. ମହତାବଙ୍କ ୧୨୧ତମ ଜୟନ୍ତୀ ଅବସରରେ ଏହା ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ଶ୍ରୀମତୀ ମଣ୍ଡଳ କହିଥିଲେ । ଏହି ଉତ୍ସବରେ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜଗନ୍ନାଥ ସ୍ୱାଇଁ, ଜିଲ୍ଲାପରିଷଦ ସଦସ୍ୟ ପ୍ରଶାନ୍ତ କୁମାର ଦାଶ, ରାଜ୍ୟ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ତଥା ଅତିରିକ୍ତ ଶାସନ ସଚିବ ରଂଜନ କୁମାର ଦାସ, ରାଜ୍ୟ ପ୍ରତ୍ନତତ୍ତ୍ୱ ବିଭାଗର ଅଧ୍ୟକ୍ଷ ଅଶ୍ୱିନୀ କୁମାର ଶତପଥି, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଅରୁଣ କୁମାର ମହାପାତ୍ର, ଉପଜିଲ୍ଲପାଳ ପୀତାମ୍ବର ସାମଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ମନସ୍ୱିନୀ ରାଉତ ପ୍ରମୁଖ ଯୋଗ ଦେଇଥିଲେ । ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଡଃ ମହତାବଙ୍କ ପ୍ରତିମୂ୍‌ର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ୟାମଭକ୍ତ ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ମନସ୍ୱିନୀ ରାଉତ ପ୍ରମୁଖ ତହସିଲ ରୋଡ ମହତାବ ଛକ ସ୍ଥିତ ସ୍ୱର୍ଗତ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.