Home ଓଡ଼ିଶା ଦଶହରାରେ ହେବ ବର୍ଷା !

ଦଶହରାରେ ହେବ ବର୍ଷା !

1198

ଭୁବନେଶ୍ଵର,୦୩/୧୦: ଦଶହରାରେ ଫେରିପାରେ ବର୍ଷା । କାରଣ  ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୩ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାସହ ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତର ସମ୍ଭାବନା ମଧ୍ୟ ରହିଛି ।

ତେବେ ୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବର୍ଷା ହେବାର ସୂଚନା ମିଳିଛି । ବିଶେଷକରି ଉପକୂଳ ଓଡ଼ିଶା ଉପରେ ଘଡ଼ଘଡ଼ି ସହ ବର୍ଷାର ପ୍ରଭାବ ଅଧିକ ରହିବ । ବାକି ସ୍ଥାନରେ ବର୍ଷାର ପରିମାଣ କମ୍‌ ରହିବ । ଦକ୍ଷିଣ ଓଡ଼ିଶା ବ୍ୟତୀତ ରାଜ୍ୟର ଅନ୍ୟାନ୍ୟ ସମସ୍ତ ଅଞ୍ଚଳରେ ୫ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଆଶଙ୍କା‌ ପ୍ରକାଶ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.