ad
Coronavirus Outbreak

ଦିନକରେ ୧୦୭ ପଜିଟିଭ୍ ଚିହ୍ନଟ – ଜିଲ୍ଲାର କରୋନା ସଂକ୍ରମିତ ସଂଖ୍ୟା ୭୮୦୧ କୁ ବୃଦ୍ଧି

ବାଲେଶ୍ୱର, ୨ା୧୦ (ଓଡ଼ିଆ ପୁଅ/ଅଭୟ ଦାସ) : ସାମ୍ପ୍ରତିକ ସ୍ଥିତିରେ ବଢ଼ି ଚାଲିଥିବା କରୋନା ସଂକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଦମୟ ସ୍ଥିତି ସୃଷ୍ଟି କରିଛି। ଭାରତ ଭଳି ଜନବହୁଳ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୪ ଲକ୍ଷ ଛୁଇଁଥିବା ବେଳେ ମୃତ୍ୟୁ ସଂଖ୍ୟା ବି ୧ଲକ୍ଷରେ ପହଞ୍ଚିଛି। ସେହିଭଳି ଓଡ଼ିଶାରେ ଆଜି ଗୋଟିଏ ଦିନରେ ୩୬୦୦ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ସୁଦ୍ଧା ରାଜ୍ୟର କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୨୬ ହଜାର ଟପିଛି। ଅନ୍ୟପକ୍ଷରେ ଆଜି ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅଦ୍ୟାବଧି ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫ ଛୁଇଁଥିବା ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ରାଜ୍ୟର ଅନ୍ୟାନ୍ୟ ଜିଲ୍ଲା ତୁଳନାରେ ବାଲେଶ୍ୱରର କରୋନା ସଂକ୍ରମଣ ଉଦବେଗ ଜନକ ସ୍ଥିତିକୁ ଯାଉଥିବା ଲକ୍ଷ୍ୟ କରାଯାଇଛି। ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ମୋଟ୧୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଅଦ୍ୟାବଧି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୭୮୦୧ରେ ପହଞ୍ଚିଛି। ଏବେ ସୁଦ୍ଧା ଜିଲ୍ଲାରେ ୬୪୩୩ ଜଣ କରୋନା ରୋଗୀ ସୁସ୍ଥ ହୋଇଥିବା ହୋଇଥିବା ବେଳେ ଏକ୍ଟିଭ୍ ଥିବା ୧୩୩୩ ଜଣ କରୋନା ଆକ୍ରାନ୍ତ କୋଭିଡ୍ ହସ୍ପିଟାଲ, କୋଭିଡ୍ କେୟାର ସେଣ୍ଟର ସହ ହୋମ ଆଇସୋଲେସନରେ ରହି ଚିକିତ୍ସିତ ହେଉଛନ୍ତି। ଅନ୍ୟପକ୍ଷରେ ଆଜି ବାଲେଶ୍ୱର ଜିଲ୍ଲାର ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଅନ୍ୟାନ୍ୟ ରୋଗରେ ପୀଡ଼ିତରହି କରୋନା ପଜିଟିଭ୍ ଥିବା ୮୦ବର୍ଷ ଓ ୬୦ ବର୍ଷ ବୟସ୍କା ଦୁଇ ମହିଳାଙ୍କର ମୃତ୍ୟୁ ହୋଇଥିବା ସରକାରୀ ସୂତ୍ରରୁ ପ୍ରକାଶ। ଜିଲ୍ଲାର କରୋନା ଜନିତ ମୃତ୍ୟୁ ସଂଖ୍ୟା ଏବେ ୩୦ରେ ପହଞ୍ଚିଛି। ତେବେ ଦିନକୁ ଦିନ ଜିଲ୍ଲାରେ ବଢ଼ୁଥିବା କୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ରକ୍ଷା ସାଙ୍ଗକୁ ମାସ୍କ ଓ ସାନିଟାଇଜର ବ୍ୟବହାର ପାଇଁ ପ୍ରଶାସନ ପକ୍ଷରୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି।

Loading...
ad
Click to comment

Leave a Reply

Your email address will not be published. Required fields are marked *

ବହୁ ଚର୍ଚ୍ଚିତ ଖବର

To Top