Home Top News ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ : ଆସନ୍ତା ୩୧ ତାରିଖରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ଠାରେ...

ଦୁଇଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ : ଆସନ୍ତା ୩୧ ତାରିଖରେ ଢ଼େଙ୍କାନାଳ ଜିଲ୍ଲା ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

13

– ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତର କାର୍ଯ୍ୟକ୍ରମ ହେବାକୁ ଥିବା ସ୍ଥାନ ଗୁଡ଼ିକ ପରିଦର୍ଶନ କରିବେ

ଭୁବନେଶ୍ୱର, ଜୁଲାଇ ୨୯ (ଓଡ଼ିଆ ପୁଅ) – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ୩୦ ଓ ୩୧ ତାରିଖ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଢ଼େଙ୍କାନାଳ ଜିଲ୍ଲାର ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବା ସହ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବେ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆସନ୍ତା ୩୧ ତାରିଖରେ ପ୍ରଥମେ ଭୁବନ ଠାରେ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେବେ। ନୀଳକଣ୍ଠପୁର ଠାରେ ଦେଶର ସର୍ବକନିଷ୍ଠ ସ୍ୱାଧୀନତା ସଂଗ୍ରାମ ବାଜି ରାଉତଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ପରେ ଢ଼େଙ୍କାନାଳ ସହରରେ ଜନସାଧାରଣ ଓ ଦଳୀୟ ନେତୃବୃନ୍ଦଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ କାର୍ଯ୍ୟକ୍ରମକୁ ଶୁଣିବେ। ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଗଷ୍ଟ ୮ରେ ଓଡ଼ିଶା ଗସ୍ତର ଅବ୍ୟବହିତ ପୂର୍ବରୁ କାର୍ଯ୍ୟକ୍ରମ ସ୍ଥଳି ଗୁଡ଼ିକ ପରିଦର୍ଶନ କରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.