Home Top News ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର

ଦୁଇ ବାଇକ ମୁହାଁ ମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର

50

ବଲାଙ୍ଗୀର, ୨୯-୦୪ : (ଓଡ଼ିଆ ପୁଅ/ସନ୍ତୋଷ ନାୟକ) ବଲାଙ୍ଗୀର ନିକଟସ୍ଥ ଛତାମଖନା ନିକଟରେ ଦୁଇ ଗୋଟି ବାଇକ ମୁହାଁ, ମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ବାଇକରେ ଥିବା ଅନ୍ୟ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ବଲାଙ୍ଗୀରରୁ ଏକ ପେସନ ପ୍ରୋ ବାଇକରେ ଦୁଇ ଜଣ ଯୁବକ ଯାଉଥିବା ବେଳେ ଲୋଇସିଙ୍ଗା ପଟୁ ଦୁଇଜଣ ଯୁବକ ଆସୁଥିବା ବେଳେ ଛତାମଖନା ନିକଟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ଜଣଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ ଗୁରୁତରଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଡାକ୍ତରଖାନାରେରେ ଭର୍ତ୍ତି ଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.