Home Top News ଧାମନଗର ଉପନିର୍ବାଚନ : ୪ର୍ଥ ରାଉଣ୍ଡ ଭୋଟ ଗଣତି ଶେଷ : ବିଜେପି ଆଗୁଆ

ଧାମନଗର ଉପନିର୍ବାଚନ : ୪ର୍ଥ ରାଉଣ୍ଡ ଭୋଟ ଗଣତି ଶେଷ : ବିଜେପି ଆଗୁଆ

106

ଧାମନଗର ୬-୧୧ (ଓଡ଼ିଆ ପୁଅ) ଧାମନଗର ଉପନିର୍ବାଚନ : କିଏ ଜିତିବ ଧାମନଗର ବାଜି ? ଆରମ୍ଭ ହୋଇଛି ଭୋଟ ଗଣତି। ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭଦ୍ରକ ସଂସ୍କୃତି ଭବନରେ କଡ଼ା ସୁରକ୍ଷାରେ ଚାଲିଛି ଗଣତି। ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହେବା ପରେ EVM ଗଣତି ଆରମ୍ଭ ହୋଇଛି। ମୋଟ ୧୪ଟି ଟେବୁଲରେ ୧୮ ରାଉଣ୍ଡ ଗଣତି ହେବ ବୋଲି ଜଣାପଡିଛି।

ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଙ୍କୁ ୧୮,୧୮୧ ଭୋଟ ମିଳିଥିବା ବେଳେ ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କୁ ୧୪,୯୨୦ ଭୋଟ ମିଳିଛି। ଅପର ପକ୍ଷରେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ଙ୍କୁ ୫୫୭ ଭୋଟ ମିଳିଥିବା ବେଳେ ସ୍ୱାଧୀନ ପ୍ରାର୍ଥୀ ପବିତ୍ର ମୋହନ ଦାସ ଙ୍କୁ ୯୨ ଭୋଟ ମିଳିଛି। ସେହିପରି ସ୍ୱାଧୀନ ପ୍ରାର୍ଥୀ ରାଜେନ୍ଦ୍ର କୁମାର ଦାସ ଙ୍କୁ ୨,୩୬୨ ଭୋଟ ମିଳିଥିବା ବେଳେ ନୋଟା ୧୨୪ ଭୋଟ ପଡ଼ିଛି। ତେବେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, ବିଜୁ ଜନତା ଦଳ ପ୍ରାର୍ଥୀ ଅବନ୍ତୀ ଦାସ ଙ୍କ ଠାରୁ ୩,୨୬୧ ଭୋଟରେ ଆଗୁଆ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.