Home ଓଡ଼ିଶା ନାଳରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

ନାଳରୁ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର

109

କନ୍ଧମାଳ, ୩୧/୭- (ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ)କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ଦୁତିମେଣ୍ଡି ଗ୍ରାମ ପଞ୍ଚାୟତର ସମରଡେଗାରେ ଥିବା ଏକ ନାଳରୁ ଗୁରୁବାର ଜଣେ ଅଚିହ୍ନା ଯୁବକର ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ନାଳରେ ମୃତଦେହ ପଡିଥିବା ଦେଖି ସ୍ଥାନୀୟଲୋକେ ପୁଲିସକୁ ଖବର ଦେଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥାନରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠେଇଛି। ବର୍ତ୍ତମାନ ସୁଦ୍ଧା ମୃତ ଯୁବକର ପରିଚୟ ମିଳିପାରି ନାହିଁ। ଏ ନେଇ ଖଜରୀପଡ଼ା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ରମାକାନ୍ତ ପାତ୍ର ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.