Home ଅପରାଧ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା

311

ଭୁବନେଶ୍ୱର,୧୧/୦୯,(ଓଡ଼ିଆ ପୁଅ ପି ନାଏକ): ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଏଭଳି ଘଟଣା ଘଟିଛି ରାଜଧାନୀ ଉପକଣ୍ଠ ରଙ୍ଗମାଟିଆ ଅଞ୍ଚଳରେ । ମୃତ ଯୁବକ ହେଲେ ଦୀପକ ବେହେରା ଓରଫ ଲଣ୍ଡା। ତାଙ୍କ ଘର ରଙ୍ଗମାଟିଆ ଅଞ୍ଚଳରେ। ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଗତକାଲି ସଂଧ୍ୟାରେ ଦୀପକ ଦୋକନ ବନ୍ଦ କରି ଘରକୁ ଫେରୁଥିଲେ। ରଙ୍ଗମାଟିଆ ଅଞ୍ଚଳରେ କେତେକ ଦୁର୍ବୃତ୍ତ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଏନେଇ ଦୀପକଙ୍କ ପରିବାର ପକ୍ଷରୁ ଥାନାରେ ମାମଲା ରୁଜୁ କରାଯାଇଛି। ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି। ହତ୍ୟାକାଣ୍ଡ ପରେ ରଙ୍ଗମାଟିଆରେ ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ପୋଲିସ ମୁତୟନ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.