Home ଓଡ଼ିଶା ପ୍ରଦେଶ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ପ୍ରଦେଶ କଂଗ୍ରେସ ପକ୍ଷରୁ ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

255

ଭୁବନେଶ୍ୱର ତା ୨୧.୫ (ଓଡ଼ିଆ ପୁଅ) – ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ରାଜୀବ ଗାନ୍ଧୀଙ୍କର ଶ୍ରାଦ୍ଧ ଦିବସ ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଏହି ଅବସରରେ ପୂର୍ବାହ୍ନରେ କଂଗ୍ରେସ ନେତୃବୃନ୍ଦ ଭୁବନେଶ୍ୱର ରାଜୀବ ଭବନ ପରିସରରେ ରାଜୀବ ଗାନ୍ଧୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ରାଜୀବଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ସମସ୍ତ କାର୍ଯ୍ୟକ୍ରମରେ ପିସିସି ସଭାପତି ଶ୍ରୀ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ହେମାନନ୍ଦ ବିଶ୍ୱାଳ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସୀମର କୁମାର ରାଉତରାୟ, କିଶୋର ଜେନା, ଶୁଭେନ୍ଦୁ ମହାନ୍ତି, ମନୋରଞ୍ଜନ ଦାଶ, ପଦ୍ମାକର ଗୁରୁ, ବିକ୍ରମ ସାହୁ, ଚିନ୍ମୟ ସୁନ୍ଦର ଦାସ, ମାନସ ଆଚାର୍ଯ୍ୟ, ଲିଙ୍ଗରାଜ ସାହୁ, ଜ୍ୟୋତିଷ ସାହୁ, ମନୋଜ ଜେନା, ପ୍ରଣତି ମିଶ୍ର, ସ୍ୱାଧିନବାଳା ଦାସ, ତରୁଣ ମିଶ୍ର, ମନୋରଞ୍ଜନ ରାଉତରାୟ, ରସିକ ପଟ୍ଟନାୟକ, ଦୀପକ ସାହୁ, ବାଙ୍କନିଧି ବେହେରା, ଜାନକୀ ମଲ୍ଲିକ, ନିରେଶ ପାତ୍ର, ଆଲୋକ ମହାନ୍ତି, ନିହାର ବଳ, ମଂଟୁ ମଲ୍ଲିକ, ସଂକୁନା କହଁର, ସଂଜୟ ମିଶ୍ର, ଦେବେନ୍ଦ୍ର ଦାସ, ଛବି ମହାନ୍ତି ପ୍ରମୁଖ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.