Home Coronavirus Outbreak ବଲାଙ୍ଗୀର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨୩ କୁ ଛୁଇଁଲା

ବଲାଙ୍ଗୀର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୨୩ କୁ ଛୁଇଁଲା

108

ବଲାଙ୍ଗିର, ୧୧-୦୮, (ଓଡ଼ିଆ ପୁଅ/ସନ୍ତୋଷ ନାୟକ) ବଲାଙ୍ଗୀର ଜିଲ୍ଲାରେ ୨୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୨୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୪୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୨୯୮ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ପୌରାଞ୍ଚଳରୁ କେବଳ ୨୫ ଜଣ ରହିଥିବାବେଳେ ଗୁଡ଼ଭେଲା ବ୍ଲକର କୁରେଇଭନା, ପାଁକେଲବାହାଲି ଓ ପୁଇଁନ୍ତଲା ବ୍ଲକରୁ ଜଣେ ଲେଖାଏଁ ରହିଛନ୍ତି। ଏମାନଙ୍କ ମଧ୍ୟରୁ୧୩ ଜଣ ମହିଳା ଓ ୧୪ ଜଣ ପୁରୁଷ ରହିଥିବା ନେଇ ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି। ଏଥିସହିତ୪ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବାବେଳେ ବାକି ୨୩ଜଣ ସ୍ଥାନୀୟ ସଂକ୍ରମଣର ଶିକାର ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.