Home ଉପ ନିର୍ବାଚନ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡ଼ି ପ୍ରାର୍ଥୀଙ୍କୁ ଶୁଭେଚ୍ଛା...

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡ଼ି ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

46

ଭୁବନେଶ୍ୱର ୧୦-୧୧ (ଓଡ଼ିଆ ପୁଅ) ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ବିଜୟ ହାସଲ କରିଥିବା ବିଜେଡ଼ି ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଦଳ ସୁପ୍ରୀମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଉଭୟ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ତାଙ୍କର ଟ୍ୱିଟରେ ଲେଖିଛନ୍ତିଯେ “ପ୍ରାର୍ଥୀଙ୍କୁ ଶୁଭେଚ୍ଛା। ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ।”

ଏହା ସହିତ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତିଯେ,

“କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ।”

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.