Home ଓଡ଼ିଶା ବାଲ୍ୟବିବାହକୁ ରୋକିବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଜାତି ସମାଜର ସମନ୍ଵୟ ବୈଠକ

ବାଲ୍ୟବିବାହକୁ ରୋକିବା ନିମନ୍ତେ ଜିଲ୍ଲା ପ୍ରଶାସନ ଓ ଜାତି ସମାଜର ସମନ୍ଵୟ ବୈଠକ

17

ନବରଙ୍ଗପୁର ୨୨/୬ (ଓଡ଼ିଆ ପୁଅ) ଜିଲ୍ଲାରେ ବାଲ୍ୟ ବିବାହକୁ ରୋକିବା ନିମନ୍ତେ ଆଜି ସ୍ଥାନୀୟ ମିଶନଶକ୍ତି ସଭାଗୃହ ଠାରେ ସମାଜ କଲ୍ୟାଣ ବିଭାଗ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ, ଆକ୍ସନଏଡ ଓ ବିଭିନ୍ନ ଜାତି ସମାଜର ମୁଖ୍ୟମାନଙ୍କ ମଧ୍ୟରେ ଜିଲ୍ଲାପାଳ ଡଃ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସମନ୍ଵୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ମିଳିତ ବୈଠକରେ ଜିଲ୍ଲାପାଳ ଡଃ ମିଶ୍ର ଅଧ୍ୟକ୍ଷତା କରି କହିଥିଲେ ଯେ. ଜିଲ୍ଲାରେ ପ୍ରତ୍ୟେକ ଶିଶୁମାନଙ୍କୁ ସୁରକ୍ଷା ଓ ବାଲ୍ୟ ବିବାହକୁ ରୋକିବା ପାଇଁ ପ୍ରଶାସନ ର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛନ୍ତି। ପ୍ରଶାସନ ଓ ଜାତି ସମାଜର ମୁଖ୍ୟ ମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲ୍ଲାରେ ସମସ୍ତ ଶିଶୁ ମାନଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁର ଜିଲ୍ଲା କୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ସମନ୍ଵୟ ବୈଠକ ସହାୟକ ହୋଇ ପାରିବ ବୋଲି ମତବ୍ୟକ୍ତ କରିଥିଲେ। ଏଥି ସହିତ ବାଲ୍ୟ ବିବାହ ପରି ସାମାଜିକ ବ୍ୟାଧି କୁ ରୋକିବା ନିମନ୍ତେ ପ୍ରଶାସନ ଓ ଜାତି ସମାଜର ମୁଖ୍ୟ ମାନେ ମିଳିତ ଭାବରେ ଗ୍ରାମ ସ୍ତରରେ କରିଥବା ଜନ ସଚେତନତା କାର୍ଯ୍ୟକ୍ରମ ଓ ବାଲ୍ୟବିବାହ କୁ ରୋକିବାର କାର୍ଯ୍ୟକ୍ରମକୁ ସମୀକ୍ଷା କରିଥିଲେ। ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ବୈଠକ ଉଦେଶ୍ୟ ଜ୍ଞାପନ କରିବା ସହିତ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟି, ଜିଲ୍ଲା ସମାଜ କଲ୍ୟାଣ ବିଭାଗ, ୟୁନିସେଫ ଓ ଆକ୍ସନଏଡ ର ମିଳିତ ପ୍ରୟାସ ରେ ଏକ ଯୋଜନାବଦ୍ଧ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ଗ୍ରାମ ଗୁଡିକରେ ସଚେତନତା କାର୍ଯ୍ୟ କ୍ରମ ଚାଲୁଥିବାର ସୂଚନା ଦେବା ସହିତ ଚଳିତ ବର୍ଷ ମାର୍ଚ୍ଚ ମାସ ସୁଧା ଜିଲ୍ଲାରେ ୧୭୧ ଗୋଟି ବାଲ୍ୟ ବିବାହ ରୋକାଯିବା ସହିତ ୬୯୩ ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବରେ ଘୋଷଣା କରାଯାଇ ଥିବାର ଜଣାଇଥିଲେ। ଏଥି ସହିତ ଜିଲ୍ଲାପାଳଙ୍କ ଅନୁରୋଧ କ୍ରମେ ୨୩ ଟି ଜାତି ସମାଜର ମୁଖ୍ୟ ମାନେ ନିଜ ନିଜ ଜାତିରେ ବୈଠକ କରି ନିଜ ସମାଜରେ ବାଲ୍ୟ ବିବାହ ନକରିବାକୁ ଘୋଷଣା କରିବା ସହିତ ଜିଲା ପ୍ରଶାସନକୁ ଲିଖିତ ଭାବରେ ପ୍ରତିଶୃତି ଦେଇଥିବାର ବିଷୟରେ ସୂଚନା ଦେଇଥିଲେ। ପରେ ଜିଲ୍ଲାପାଳଙ୍କ ଅନୁରୋଧରେ ଉପସ୍ଥିତ ଥିବା ୨୩ ଟି ଜାତିସମାଜର ମୁଖ୍ୟମାନେ ଜିଲ୍ଲାରେ ବାଲ୍ୟ ବିବାହ ଘଟୁଥିବାର କାରଣ ଓ ଏହାର ନିରାକରଣ ନିମନ୍ତେ ନିଜ ନିଜ ସମାଜ ତରଫରୁ କିଭଳି ପଦକ୍ଷେପ ନେବେ ସେ ଉପରେ ବକ୍ତବ୍ୟ ରଖିଥିଲେ। ଏଥି ସହିତ ନିଜ ସମାଜରେ ଜାତି ମୁଖିଆ ମାନେ ବାଲ୍ୟ ବିବାହକୁ ପ୍ରଶାସନ ସହଯୋଗରେ ରୋକିବା, ବ୍ଲକ ସ୍ତରରେ ପ୍ରତି ମାସରେ ପ୍ରଶାସନ ଓ ଜାତିସମାଜର ମିଳିତ ବୈଠକ କରାଇବା, ସମାଜ ମୁଖିଆ ଓ ପ୍ରଶାସନିକ ଅଧିକାରୀ ମାନେ ମିଳିତ ଭାବରେ ଗ୍ରାମ ଗୁଡିକରେ ଜନ ସଚେତନ କାର୍ଯ୍ୟକ୍ରମ କରିବା, କିଶୋର କିଶୋରୀ ମାନଙ୍କୁ ପଲିଟେନିକ ଶିକ୍ଷା ଓ ଦକ୍ଷତା ବିକାଶ ଶିକ୍ଷାରେ ଯୋଡିବା ଆଦି କାର୍ଯ୍ୟ କ୍ରମ ରେ ସମସ୍ତ ସମାଜର ମୁଖ୍ୟମାନେ କାର୍ଯ୍ୟ କରିବେ ବୋଲି ଜିଲ୍ଲାପାଳଙ୍କୁ ପ୍ରତିଶୃତି ଦେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ପ୍ରକଳ୍ପ ନିର୍ଦ୍ଦେଶକ ରତ୍ନାକର ସାହୁ, ସହାୟକ ଆରକ୍ଷୀ ଅଧିକ୍ଷକ ଜୟ କୃଷ୍ଣ ବେହେରା, ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ଶିଶୁମଙ୍ଗଳ ସମିତିର ଅଧକ୍ଷ ଦିବାକର ବାହୁକ, ଡାକ୍ତର ଦିଲ୍ଲୀପ ଚନ୍ଦ୍ର ବେହେରା, ଆକ୍ସନଏଡ ର ଜିଲ୍ଲା ପରାମର୍ଶ ଦାତା ଫକିର ଚରଣ ରାଉତ, ବାଲ୍ୟବିବାହ ନିଷେଧ ଅଧିକାରୀ ଏସେ ଗୀତା, ସୁନିତା ଦେବୀ ତ୍ରିପାଠୀ, ଶୈଳେନ୍ଦ୍ରି ମହାନଦ, ଯମୁନା ଭତ୍ରା, ଚାଇଲ୍ଡ ଲାଇନ ଜିଲ୍ଲା ସଂଯୋଜକ ରବୀନ୍ଦ୍ର ପ୍ରଧାନ, ସୁପର ଭାଇଜର, ସଞ୍ଜୁକ୍ତା ବେହେରା, ଗୀତାଞ୍ଜଳି ମିଶ୍ର, କାଞ୍ଚନ ପଣ୍ଡା, ସବିତା ମଲ୍ଲିକ, ସୁଲଚନା ପରିଡା, ଆରୋଣୀ ଶତ୍ରୁଶଲ୍ୟ, ନର୍ମଦା ବିସ୍ୱୋଇ ଜିଲ୍ଲାରେ ଥିବା ବିଭିନ୍ନ ଜାତି ସମାଜର ର କର୍ମକର୍ତ୍ତା ମାନେ ଆଲୋଚନାରେ ଅଂଶଗ୍ରହଣ କରି ବାଲ୍ୟ ବିବାହ ର ସମାପ୍ତ ଦିଗରେ ଜାତି ସମାଜର ମୁଖ୍ୟଙ୍କର ଭୂମିକା ଓ ସାମାଜିକ ଦାୟିତ୍ଵ ଉପରେ ନିଜର ମତାମତ ପ୍ରଦାନ କରିଥିଲେ। ଶେଷରେ ସୁପରଭାଇଜର ସସ୍ମିତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.