Home ଜିଲ୍ଲା ପରିକ୍ରମା ଭଣ୍ଡାରିପୋଖରୀ – ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

ଭଣ୍ଡାରିପୋଖରୀ – ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ

48

ଭଦ୍ରକ, ୩ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ଆଜି ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳନ କରାଯାଇ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସବ ଅନୁଷ୍ଠିତ ହୋଇଥିଲା । ଏବିଇଓ ଉମେଶ ଚନ୍ଦ୍ର ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ତହସିଲଦାର ସରୋଜକାନ୍ତ ନାୟକ ମୁଖ୍ୟଅତିଥି, ଏବିଇଓ ଅକ୍ଷୟ କୁମାର ଜେନା ମୁଖ୍ୟବକ୍ତା ଓ ଏବିଇଓ ଅନିଲ କୁମାର ବଳ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଭିନ୍ନକ୍ଷମ ଦିବସ ପାଳନର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏହି ଅବସରରେ ବ୍ଲକସ୍ତରୀୟ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଙ୍ଗୀତ, ନୃତ୍ୟ, ଗଳ୍ପଲିଖନ, ହସ୍ତାକ୍ଷର, ଚିତ୍ରାଙ୍କନ ଆଦି ବ୍ଲକସ୍ତରୀୟ ପ୍ରତିଯୋଗୀତା ଅନୁଷ୍ଠିତ ହୋଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଭିନ୍ନକ୍ଷମ ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ । ଗୋଷ୍ଠୀ ସମ୍ବଳ ଶିକ୍ଷକ ରଶ୍ମିରଞ୍ଜନ ଦାସ, ମନସ୍ୱନୀ ଦାଶ, ସନାତନ ପଣ୍ଡା, ଶିକ୍ଷାସଂଯୋଜକ କୈଳାସ ଚନ୍ଦ୍ର ସାମଲ, ଧିରେନ୍ଦ୍ରନାଥ ସାହୁ, ମନିତା ମଞ୍ଜରୀ ଧଳ, ଆଲୋକ ବିଶ୍ୱାଳ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.