Home ଜିଲ୍ଲା ପରିକ୍ରମା ଭଦ୍ରକରେ ସମ୍ବିଧାନ ଦିବସ ପାଳିତ

ଭଦ୍ରକରେ ସମ୍ବିଧାନ ଦିବସ ପାଳିତ

69

ଭଦ୍ରକ, ୨୬ା୧୧ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ)- ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲା୍ଲପାଳ ଡ. ଜ୍ଞାନ ଦାସଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ଦିବସ ପାଳିତ ହୋଇ ଯାଇଛି । ଜିଲ୍ଳାପାଳ ଡ. ଦାସ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ୟାମଭକ୍ତ ମିଶ୍ର, ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ ମଧୁସୂଦନ ଦାସ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରାଙ୍କ ସମେତ ଜିଲ୍ଳାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ, କର୍ମଚାରୀଙ୍କୁ ସମ୍ବିଧାନର ସୁରକ୍ଷା ଓ ସମ୍ମାନ ପ୍ରଦର୍ଶନ ନିମନ୍ତେ ଶପଥ ପାଠ କରାଇଥିଲେ । ପରେ ସେ ତାଙ୍କ ବକ୍ତବ୍ୟରେ ରାଷ୍ଟ୍ରର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ସହ ଗଣତନ୍ତ୍ରକୁ ସୁଦୃଢ କରିବା ଏବଂ ସମ୍ବିଧାନ ପ୍ରତି ସମ୍ମାନ ପ୍ରଦର୍ଶନ କରି କାର୍ଯ୍ୟ କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.