Home Top News ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା – ଧର୍ମେନ୍ଦ୍ର...

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା – ଧର୍ମେନ୍ଦ୍ର ପ୍ରଧାନ

25

କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ଟ୍ୱିଟ୍‌

– ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ
– ଓଡ଼ିଶାର ଆଇନ ଶିକ୍ଷାର ମାନ ବଢ଼ାଇବ ଓ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ

ନୂଆଦିଲ୍ଲୀ/ଭୁବନେଶ୍ୱର, ଅକ୍ଟୋବର ୧୩ (ଓଡ଼ିଆ ପୁଅ) – କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁନିଭରସିଟି ଗ୍ରାଂଟ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି ବୋଲି ଟ୍ୱିଟ୍ କରି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍‌) ଅନୁଯାୟୀ ୟୁନିଭରସିଟି ଗ୍ରାଂଟ୍ କମିସନ (ୟୁଜିସି) ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି। ୟୁଜିସି ଅଧିନିୟମ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ।

ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି। ଜାତୀୟ ଶିକ୍ଷା ନୀତି ଅନୁସାରେ କେନ୍ଦ୍ର ସରକାର ଉଚ୍ଚ ଶିକ୍ଷା ଦୃଶ୍ୟପଟ୍ଟରେ ପରିବର୍ତ୍ତନ ଆଣିବା ପାଇଁ ପ୍ରତିଶ୍ରୁତି ବଦ୍ଧ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.