Home ଓଡ଼ିଶା ମହିମା ମିଶ୍ର ସିବିଆଇ ଚଢ଼ାଉ ମାମଲାରେ ଜଣେ ଅଫିସରଙ୍କ ସମେତ ୪ ଗିରଫ

ମହିମା ମିଶ୍ର ସିବିଆଇ ଚଢ଼ାଉ ମାମଲାରେ ଜଣେ ଅଫିସରଙ୍କ ସମେତ ୪ ଗିରଫ

85

କଟକ, ୫/୮ (ଓଡ଼ିଆ ପୁଅ/ଅଭୟ ଜେନା) ଶିଳ୍ପପତି ମହିମା ନନ୍ଦ ମିଶ୍ରଙ୍କ ଘର ଓ ଅଫିସରେ ସିବିଆଇ ଚଢ଼ାଉ ଘଟଣାରେ ଜଣେ ବରିଷ୍ଠ ଅଧିକାରୀଙ୍କ ସମେତ ଚାରି ଜଣଙ୍କୁ ଗିରଫ କରାଯାଇଛି।

ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ ଓ କେସିଟି ଗ୍ରୁପର ଶଙ୍ଖଶୁଭ୍ର ମିତ୍ର ଓ ଓଏସଏଲର ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁ ଥିବା ଜଣାଯାଇଛି। ଏହାଛଡ଼ା କେସିଟି ଗ୍ରୁପର ଦେବପ୍ରିୟ ମହାନ୍ତି, ଓଏସଏଲର ଚର୍ଚ୍ଚିତ ମିଶ୍ର ମଧ୍ୟ ଅଭିଯୁକ୍ତ ଅଛନ୍ତି। ସେମାନଙ୍କଠାରୁ ୮୪.୫ ଲକ୍ଷ ଟଙ୍କା ଜବତ କରାଯାଇଛି।୨୫ ଲକ୍ଷ ଟଙ୍କା ଲାଞ୍ଚ ମାମଲାକୁ ନେଇ ବ୍ୟାପକ ଚଢ଼ାଉ ପରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏନେଇ ସିବିଆଇ ନୂଆଦିଲ୍ଲୀ ଅଫିସରେ ୩ ତାରିଖରେ ଏକ ମାମଲା ରୁଜୁ ହୋଇଥିଲା।

ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ ୨୫ ଲକ୍ଷ ଟଙ୍କା ଲାଞ୍ଚ କାରବର କରୁଥିବା ମାମାଲ ରୁଜୁ କରିଛି ସିବିଆଇ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.