Home ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ: ଜିନ୍ଦଲ ପକ୍ଷରୁ ୩ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ: ଜିନ୍ଦଲ ପକ୍ଷରୁ ୩ କୋଟି ଟଙ୍କା

100

ଭୁବନେଶ୍ୱର, ୨୫-୬ (ଓଡ଼ିଆ ପୁଅ) ଫନି ବାତ୍ୟା ଦୁର୍ଗତଙ୍କ ସହାୟତା ଓ ପୁନରୁଦ୍ଧାର ପାଇଁ ଆଜି ଅନେକ ସଂସ୍ଥା ଓ ବ୍ୟକ୍ତି ବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ ଦିଆଯାଇଛି। Jindal Power & Steel ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ୩ କୋଟି ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ସେହିପରି AGI Glass Pac ପକ୍ଷରୁ ୧୧ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି।

ଓଡ଼ିଶା ବାସୀଙ୍କ ବିପଦ ସମୟରେ ସେମାନଙ୍କୁ ସହାୟତା କରିବା ପାଇଁ ଏହି ସଂସ୍ଥାମାନେ ସହୃଦୟତାର ସହ ଆଗେଇ ଆସିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.