Home ଜିଲ୍ଲା ପରିକ୍ରମା ରଣପୁରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ରଣପୁରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

19

ନୟାଗଡ଼ ୨୯/୦୮ (ଓଡ଼ିଆ ପୁଅ/ଦେବୀପ୍ରସାଦ ଆଚାର୍ଯ୍ୟ) – ନୟାଗଡ଼ ଜିଲ୍ଲା ରଣପୁର ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ସ୍ୱାୟତ ଶାସନ ଦିବସ ଉପଲକ୍ଷେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିର ରଣପୁର ବଜେନ୍ଦ୍ର ନୋଡାଲ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଶିବିର ଶେଷ ସୁଦ୍ଧା ୪୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା।

ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ତଥା ନୟାଗଡ଼ ଜିଲ୍ଲା ଜୀବନ ବିନ୍ଦୁ ସଂଯୋଜକ ସତ୍ୟ ନାରାୟଣ ପ୍ରଧାନ ଯୋଗ ଦେଇଥିଲେ। ନୟାଗଡ଼ ଜିଲ୍ଲା ପରିଷଦ ସଭାପତି ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ବିଜ୍ଞାପିତ ଅଂଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, କାର୍ଯ୍ୟନିର୍ବାହୀ ଅଧିକାରୀ ତାପଶ ବିଶି, ଉପାଧକ୍ଷ ବିଶ୍ୱରଞ୍ଜନ ପଟ୍ଟନାୟକ ଓ ସମସ୍ତ କାଉନସିଲର ମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.