Home ଅନୁଗୁଳ ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ରାଜ୍ୟରେ ୩୧୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

146

ଭୁବନେଶ୍ୱର ୧୭-୪ (ଓଡ଼ିଆ ପୁଅ): ରାଜ୍ୟରେ ପୁଣି ୩ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୩୧୪୪ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୩ ଜଣ କ୍ୱାରେଣ୍ଟାଇନ୍‌ ରୁ ଚିହ୍ନଟ ହୋଇଛନ୍ତି।୧୩୨୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହେଉଛନ୍ତି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୯୭, ନୂଆପଡ଼ାରୁ ୩୯୫, ବରଗଡ଼ରୁ ୧୫୬, କଟକରୁ ୧୪୦, ଝାରସୁଗୁଡ଼ାରୁ ୧୧୯, ପୁରୀରୁ ୧୨୯, କେନ୍ଦୁଝରରୁ ୧୨୮ ଓ ସମ୍ବଲପୁରରୁ ୧୪୯ ଜଣ ଚିହ୍ନଟ ହୋଇଛନ୍ତି।
ଅନୁଗୋଳ ଜିଲ୍ଲାରୁ ୪୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ଭଦ୍ରକରୁ ୫୧, ବଲାଙ୍ଗିରରୁ ୯୨, ବୌଦ୍ଧରୁ ୭, ଦେବଗଡ଼ରୁ ୨୧, ଢେଙ୍କାନାଳରୁ ଜଣେଳ ଗଜପତିରୁ ୬୭, ଗଞ୍ଜାମରୁ ୪୪, ଜଗତସିଂହପୁରରୁ ୧୮, ଯାଜପୁରରୁ ୭୬, କଳାହାଣ୍ଡିରୁ ୫୩, କନ୍ଧମାଳରୁ ୧୩, କେନ୍ଦ୍ରାପଡ଼ାରୁ ୧୫, କୋରାପୁଟରୁ ୧୮, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୬୮, ନବରଙ୍ଗପୁରରୁ ୯୬, ନୟାଗଡ଼ରୁ ୨୯, ରାୟଗଡ଼ାରୁ ୪୪ ଓ ସୋନପୁରୁ ୪ ଜଣ ଚିହ୍ନଟ ହୋଇଛନ୍ତି।
ଷ୍ଟେଟ୍‌ ପୁଲ୍‌ରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।

୩୧୪୪ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୬୪,୫୯୪ରେ ପହଞ୍ଚିଛି। ୩,୪୩,୫୨୨ ଜଣ ସୁସ୍ଥ ହୋଇଛନ୍ତି। ୧୯,୦୭୭ ଜଣ ଚିକିତ୍ସାଧୀନ ଅଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.