Home ଓଡ଼ିଶା ଲାଗି ରହିବ ବର୍ଷା

ଲାଗି ରହିବ ବର୍ଷା

1188

ଭୁବନେଶ୍ଵର,୦୩/୦୯,(ଓଡ଼ିଆ ପୁଅ ପି ନାଏକ): ଲଘୁଚାପରେ ପରିଣତ ହୋଇଛି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୨ଦିନ ଧରି ପ୍ରବଳ ବର୍ଷିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଅରେଞ୍ଜ ଓ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାପାଇଁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.