Home Top News ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି

24

ପୁରୀ, ୧୯।୦୧ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି। ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିଥାନ୍ତି। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯାଇଥାଏ। ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ପ୍ରାୟ ଚାରି ଘଣ୍ଟା ଧରି ଏହି ନୀତି ଚାଲିବାକୁ ଥିବାରୁ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯାଇ ଥାଏ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହୋଇ ଥାଏ। ତେବେ କୋଭିଡ କଟକଣା ଯୋଗୁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ ମହାପ୍ରଭୁଙ୍କ ଦର୍ଶନ ଭକ୍ତ ମାନେ କରିପାରିନାହାନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.