Home Top News ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା : ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେଉ-ଧର୍ମେନ୍ଦ୍ର...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା : ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେଉ-ଧର୍ମେନ୍ଦ୍ର ପ୍ରଧାନ

34

– ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଯାୟୀ ଭାବେ ପ୍ରବନ୍ଧକ ମାନଙ୍କ ଠାରୁ ଏହା ମୋର ଅପେକ୍ଷା
– ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରାର ସୁରକ୍ଷା ପାଇଁ ଥିବା ଭାରତ ସରକାରଙ୍କ ନିୟମକୁ ରାଜ୍ୟ ସରକାରମାନେ ପାଳନ କରିବା ଦରକାର

ଅନୁଗୋଳ, ମଇ ୧୪ (ଓଡ଼ିଆ ପୁଅ) – ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବିଭିନ୍ନ ଖବର ଆସୁଥିବା ବେଳେ ନିୟମକାନୁନର ପରିଧି ଭିତରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟକରଣ ହେବା ଉଚିତ୍ ବୋଲି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ସଂସ୍କୃତି ସମ୍ପନ୍ନ ରାଜ୍ୟ ଓଡ଼ିଶାରେ ମଠ, ମନ୍ଦିରର ଐତିହ୍ୟ ଓ ପରମ୍ପରା ଦୃଷ୍ଟିକୋଣରୁ ବିଶେଷ ମହତ୍ୱ ରହିଛି। ଏ ସବୁର ସୁରକ୍ଷା ପାଇଁ ଭାରତ ସରକାରଙ୍କ ବ୍ୟବସ୍ଥିତ ନିୟମ ରହିଛି। ରାଜ୍ୟ ସରକାରମାନେ ଏହାକୁ ପାଳନ କରିବା ଉଚିତ୍। ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ନେଇ କାହାର ଆପତି ନାହିଁ। ମାତ୍ର ବିଗତ କିଛି ଦିନ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଆସୁଥିବା ଖବର ଚିନ୍ତାଜନକ।

ଶ୍ରୀମନ୍ଦିର ପାର୍ଶ୍ୱବର୍ତ୍ତୀ ଅଂଚଳରୁ ଯେଉଁଭଳି ହଜାର ହଜାର ବର୍ଷ ତଳର ପୁରାତନ ମୂର୍ତି ଓ ଅନ୍ୟାନ୍ୟ କୀର୍ତିରାଜି ମିଳୁଛି, ସେ ସବୁ ଅଣଦେଖା କରି ପରିକ୍ରମା ଯୋଜନାରେ ଆଧୁନିକୀକରଣ କହିବା ଉଚିତ୍ ନୁହେଁ। ଜଣେ ଜଗନ୍ନାଥ ଭକ୍ତ ଓ ଓଡ଼ିଆ ସଂସ୍କୃତିର ଅନୁଯାୟୀ ଭାବେ ପ୍ରବନ୍ଧକ ମାନଙ୍କ ଠାରୁ ନିୟମକାନୁନ ପରିଧିରେ ଶ୍ରୀମନ୍ଦିରର ସୌନ୍ଦର୍ଯ୍ୟୀକରଣ ହେବା ମୋର ଅପେକ୍ଷା ରହିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.