Home ଓଡ଼ିଶା ସକ୍ରିୟ ହେଉଛି ମୌସୁମୀ

ସକ୍ରିୟ ହେଉଛି ମୌସୁମୀ

1551

ଭୁବନେଶ୍ୱର, ୧୨ା୮(ଓଡ଼ିଆ ପୁଅ /ପଙ୍କଜିନୀ ନାୟକ): ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି ଏବଂ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଗୁଚାପ ସୃଷ୍ଟି ହୋଇଥିବା କାରଣରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠାରୁ ୩ଦିନ ଯାଏଁ ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଓ ଆସନ୍ତାକାଲି କେତେକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ରହିଛି ।

ଜିଲ୍ଲାଗୁଡ଼ିକ ମଧ୍ୟରେ ୟୁରଭଞ୍ଜ, ସୋନପୁର, କେନ୍ଦୁଝର, ବଲାଙ୍ଗିର, ବରଗଡ଼, କଳାହାଣ୍ଡି,କନ୍ଧମାଳ, ରାୟଗଡ଼ା, ନୟାଗଡ଼, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବ ବୋଲି ସୂଚନା ରହିଛି । ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.