Home କେନ୍ଦୁଝର ହାଟଡିହି- ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ହାଟଡିହି- ବ୍ଲକ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

76

ହାଟଡ଼ିହି, ୨୬/୧/ : (ଓଡିଆପୁଅ / ବିକାଶ ବିଶ୍ୱାଳ)ହାଟଡିହି ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବ୍ଲକ କାର୍ଯ୍ୟାଳୟ ଠାରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ଜାତୀୟ ପତାକା ଉତ୍ତୋଳନ କରି ଉପସ୍ଥିତ ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କୁ ସମ୍ବୋଧିତ କରି ସାଧାରଣତନ୍ତ୍ର ଦିବସ ମହତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ । ବ୍ଲକ ଅଧ୍ୟକ୍ଷା ସଞ୍ଜୁଲତା ବିଶ୍ୱାଳ, ବିଡିଓ ଜୟଦେବ ଦାସ, ଉପାଧ୍ୟକ୍ଷ ନରେନ୍ଦ୍ର କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ଯୁବ ବିଜେଡି ସଭାପତି ଚିନ୍ମୟ ନାୟକ, ବରିଷ୍ଠ ବିଜେଡି ନେତା ରବିନ୍ଦ୍ର କୁମାର ସାହୁ, ଧବଳେଶ୍ୱର ପଟ୍ଟନାୟକ, ସୁଧାକର ଓଝା, ଚିତ୍ତ ରଞ୍ଜନ ପାତ୍ର ପ୍ରମୁଖ ଯୋଗଦେଇ ଥିବାବେଳେ ସହକାରୀ ଯନ୍ତ୍ରୀ ନନିନ୍ଦ୍ର ନାଥ ନାୟକ, କେସିୟର ହରେକୃଷ୍ଣ ପ୍ରଧାନ, ବରିଷ୍ଠ କିରାଣୀ ହର କୁମାର ନାୟକ, ଜିପିଓ ନବୀନ ଚନ୍ଦ୍ର ନାୟକ, କନିଷ୍ଠଯନ୍ତ୍ରୀ ଲାଖାଇ ମୁର୍ମୁ, ପ୍ରଶାନ୍ତ ସେଠୀ, କର୍ମଚାରୀ ବିନୋଦ ସାହୁ, ସୁଦର୍ଶନ ଘଡେଇ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
ସେହିପରି ହାଟଡିହି ତହସିଲରେ ତହସିଲଦାର କିର୍ତ୍ତନ ବିହାରୀ ଓଝା ଜାତୀୟ ପତାକା ଉତ୍ତୋଳନ କରି ଉପସ୍ଥିତ କର୍ମଚାରୀ ଓ ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ । ଏଥିରେ ଅତିରିକ୍ତ ତହସିଲଦାର ରଶ୍ମୀରଞ୍ଜନ ଦାଶ, ନାଜର ଶ୍ରୀକାନ୍ତ ଜେନା, ମାନସ କୁମାର ସାହୁ, ଅଚ୍ୟୁତାନନ୍ଦ ଦାସ, ପୁରସ୍ତମ କୁୃଅଁରଙ୍କ ସମେତ ଅନ୍ୟ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.