Home ଓଡ଼ିଶା ୧୧ରୁ ୧୪ ଭିତରେ ପ୍ରବଳ ବର୍ଷିବ

୧୧ରୁ ୧୪ ଭିତରେ ପ୍ରବଳ ବର୍ଷିବ

751

ଭୁବନେଶ୍ଵର,୧୧/୦୯,(ଓଡ଼ିଆ ପୁଅ ପି ନାଏକ): ଛତିଶଗଡ଼ ଓଡ଼ିଶା ଝାଡ଼ଖଣ୍ଡ ସୀମାର ସ୍ଥଳଭାଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ରାତିରୁ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ଲାଗି ରହିଛି । ଏବେ ମୌସୁମୀ ସକ୍ରିୟ ରହିଛି । ରାଜଧାନୀ ଭୁବନେଶ୍ବରରେ ବର୍ଷା ଲାଗି ରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି ।

ସେପଟେ ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୪ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ଦିନ ୧ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, କଟକ, ଯାଜପୁର, ବାଲେଶ୍ବର, ମୟୁରଭଞ୍ଜ, ଭଦ୍ରକ, ଗଞ୍ଜାମ, ନୟାଗଡ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.