ଭୁବନେଶ୍ୱର,୧୮/୧୦,( ଓଡ଼ିଆ ପୁଅ ପି ନାଏକ): ପ୍ରତି ବର୍ଷ ଅକ୍ଟୋବାର ମାସକୁ ଓଡ଼ିଶାବାସୀଙ୍କ ବାତ୍ୟାର ଭୟ ଥାଏ । କିନ୍ତୁ ଏବେ ଅକ୍ଟୋବରରେ ବାତ୍ୟାର ଭୟ ନାହିଁ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ଆରବ ସାଗରରେ ଲଘୁଚାପ ବଳୟ ସୃଷ୍ଟି ହୋଇଥିବାରୁ ଅକ୍ଟୋବର ଶେଷ ସପ୍ତାହ ବେଳକୁ ଓଡ଼ିଶାରେ ବର୍ଷା ଆଶଙ୍କା ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ହେଲେ କେତେକ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡା ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ସହ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୋନପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।