Odiapua.com

ଅଗଷ୍ଟ ୫ ରାଜଭବନ ଘେରାଉ ପାଇଁ ଭୁବନେଶ୍ୱର ଜିଲ୍ଲା କଂଗ୍ରେସର ପ୍ରସ୍ତୁତି ବୈଠକ

ଭୁବନେଶ୍ୱର ୩.୮ (ଓଡ଼ିଆ ପୁଅ) – ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଏବଂ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଅହେତୁକ ମୂଲ୍ୟବୃଦ୍ଧି, ବେକାରୀ ସମସ୍ୟା, ଅଗ୍ନିପଥ ଯୋଜନା ଏବଂ ମୁଢ଼ି, ଗୁଡ଼, ଖଇ ପ୍ରଭୃତି ଉପରେ ଜିଏସ୍‌ଟି ଲାଗୁ ବିରୁଦ୍ଧରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆସନ୍ତା ଅଗଷ୍ଟ ୫ ତାରିଖ ଦିନ ୧୦ ଘଟିକା ସମୟରେ “ରାଜଭବନ ଘେରାଉ” କରାଯିବ। ଏହି ଅବସରରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କିଭଳି ଭାବରେ ଆସନ୍ତା ଅଗଷ୍ଟ ୫ ତାରିଖ ରାଜଭବନ ଘେରାଉ କାର୍ଯ୍ୟକ୍ରମକୁ ସଫଳ କରାଯିବାକୁ ନେଇ ଆଲୋଚନ ହୋଇଥିଲା। ଏହି ଆଲୋଚନାରେ ଅନ୍ୟମାନଙ୍କ ମଧ୍ୟରେ ଶିବାନନ୍ଦ ରାୟ, ସୁରେଶ ମହାପାତ୍ର (ପର୍ଯ୍ୟବେକ୍ଷକ), ମନୋରଞ୍ଜନ ଦାଶ, ରଶ୍ମି ମହାପାତ୍ର, ଜାନକୀ ବଲ୍ଲଭ ପଟ୍ଟନାୟକ, ସୁବ୍ରତ ମହାପାତ୍ର, ମିହିର ଆଚାର୍ଯ୍ୟ, ଚିନ୍ମୟ ସୁନ୍ଦର ଦାସ, ରଜନୀ ମହାନ୍ତି, ଅଶୋକ ଦାସ, ପ୍ରକାଶ ଜେନା, ଦେବରାଜ ମିଶ୍ର, ବ୍ରହ୍ମାନନ୍ଦ ସାହୁ, ଶ୍ରୀଧର ବଳିଆରସିଂ, ଜୟଶ୍ରୀ ପଟ୍ଟନାୟକ, ରାଜକିଶୋର ବାରିକ, ମୋହନ ଜେନା, ମଂଟୁ ମଲ୍ଲିକ. ରସିକ ଚାନ୍ଦ ପଟ୍ଟନାୟକ, ସୌମେନ୍ଦ୍ର ମିଶ୍ର, ପ୍ରଭାତ ପ୍ରତାପ ସିଂ ପ୍ରମୁଖ ଅଂଶଗ୍ରହଣ କରିଥିଲେ।