Home ଜିଲ୍ଲା ପରିକ୍ରମା ଅଗ୍ନିକାଣ୍ଡରେ ଜଳିଗଲା ୨ଟି ପରିବାରର ୬ ବଖରା ଘର, ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ

ଅଗ୍ନିକାଣ୍ଡରେ ଜଳିଗଲା ୨ଟି ପରିବାରର ୬ ବଖରା ଘର, ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ

38

ଭଦ୍ରକ, ୭ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା ଘର ଓ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ୩ଟି ଗୋରୁ ଆହତ ଆହତ ହୋଇଛନ୍ତି । ପ୍ରାପ୍ତ ସୂଚନା ଅନୁସାରେ ଭଦ୍ରକ ବ୍ଲକ୍ ଅନ୍ତର୍ଗତ ପରସିଙ୍ଗା ପଂଚାୟତ ମହାନ୍ତିସାହିରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ପ୍ରେମଲତା ମହାନ୍ତି ଓ ଉର୍ମିଳା ମହାନ୍ତିଙ୍କ ୨ଟି ପରିବାରର ୬ ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଘରେ ଥିବା ଗୃହପାଳିତ ପଶୁଙ୍କ ମଧ୍ୟରେ ୩ଟି ଗୋରୁ ଗୁରୁତର ହେବା ସହ ଗୋଟିଏ ଗୋରୁ ଜୀବନ୍ତ ଦଗ୍ଧ ହୋଇଯାଇଛି । ଏହି ଖବର ପାଇବା ପରେ ସ୍ଥାନୀୟ ଅଗ୍ନିଶମ ବାହିନୀ ପହଞ୍ôଚ ନିଆଁକୁ ଆୟତ୍ତ କରିଛି । ଏହି ଅଗ୍ନିକାଣ୍ଡରେ ୨ଟି ପରିବାରର ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଥିବା ନେଇ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.