Home ଜିଲ୍ଲା ପରିକ୍ରମା ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

ଅଗ୍ନିକାଣ୍ଡରେ ଜଳିଗଲା ୨ବଖରା

39

ଭଦ୍ରକ, ୧୬ା୧୨ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ତିହିଡ଼ି ତହସିଲ ସିନ୍ଦୋଳ ପଞ୍ଚାୟତ ଅଧୀନ ସାଟିଉଟି ଖରଦାପାରି ଗ୍ରାମରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ଗ୍ରାମର କାଶିନାଥ ଦାସଙ୍କର ୨ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଯାଇଛି । ଖବର ପାଇ ଗଦି ଦମକଳ କେନ୍ଦ୍ରର ଆଗ୍ନିକ ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ôଚ ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି । ପ୍ରକାଶ ଯେ, ଅଗ୍ନିକାଣ୍ଡ ଘଟି କାଶିନାଥ ଦାସଙ୍କର ୨ବଖରା ଘର ଜଳିଯିବା ସହିତ ଘରେ ଥିବା ସମସ୍ତ ଆସବାବପତ୍ର ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଛି । ସ୍ଥାନୀୟ ରାଜସ୍ୱ ନିରୀକ୍ଷକ ଘଟଣା ସ୍ଥଳରେ ପହଞ୍ôଚ ଅନୁଧ୍ୟାନ କରି କ୍ଷୟକ୍ଷତି ଆକଳନ କରିଛନ୍ତି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ଯାଇଥିବା ଆକଳନ କରାଯାଇଛି । ଏହି ଖବର ପାଇବା ପରେ ସରପଞ୍ଚ ସୁପ୍ରଭା ପାଣି ଅଗ୍ନି ବିପନ୍ନଙ୍କ ନିକଟରେ ପହଞ୍ôଚ ସହାୟତା ପ୍ରଦାନ କରିବା ସହିତ ସମବେଦନା ଜଣାଇଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.