ଭୁବନେଶ୍ୱର : ୦୨ ଅପ୍ରେଲ, ୨୦୨୦ (ଓଡ଼ିଆ ପୁଅ) ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ପ୍ରାୟ ୨୪,୫୧୮ ଜଣ ଅତିଥି ଶ୍ରମିକଙ୍କୁ ୩୫୮ଟି ଶିବିର ଜରିଆରେ ଖାଇବା ଓ ରହିବା ସୁବିଧା ଯୋଗାଇ ଦିଆଯାଇଛି। ଏହି ସବୁ ଅତିଥି ଶ୍ରମିକମାନେ ମୁଖ୍ୟତଃ ପଶ୍ଚିମବଙ୍ଗ, ବିହାର, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶ ରାଜ୍ୟର ଅଟନ୍ତି। ଅଭିଯୋଗ ଗ୍ରହଣ ପାଇଁ ଶ୍ରମିକ ସହାୟତା କଲ୍ ସେଣ୍ଟର ଟୋଲ୍ ଫି – ୧୮୦୦୩୪୫୬୭୦୩ ଜାରି କରାଯାଇଛି।