Odiapua.com

ଅରିନ୍ଦମ ଦାସଙ୍କ ବିୟୋଗ ସାମ୍ବାଦିକ ଜଗତ ପାଇଁ ଅପୂରଣୀୟ କ୍ଷତି : ସମୀର ମହାନ୍ତି

ବରିଷ୍ଠ ସାମ୍ବାଦିକ ଅରିନ୍ଦମ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
ଭୁବନେଶ୍ୱର ୨୪/୦୯ (ଓଡ଼ିଆ ପୁଅ) : ଓଡିଆ ସାମ୍ବାଦିକ ଜଗତର ଦକ୍ଷ ଓ ଯୁବ ସାମ୍ବାଦିକ ଅରିନ୍ଦମ ଦାସଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ଛାତ୍ର ରାଜନୀତିରୁ କେନ୍ଦୁଝର ଜିଲ୍ଲା ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟରୁ ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇ ଅନେକ କାର୍ଯ୍ୟ କରିଥିଲେ। ପରବର୍ତ୍ତୀ ସମୟରେ ସାମ୍ବାଦିକତାକୁ ପେଷା ଭାବେ ଆପଣାଇଥିବା ସ୍ୱର୍ଗତଃ ଅରିନ୍ଦମ ଦାସ ବିଭିନ୍ନ ସମୟରେ ଦୁଃସାହାସିକ ରିପୋର୍ଟିଂ କରି ଓଡିଆ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ଓଡିଆ ସାମ୍ବାଦିକ ଜଗତରେ ସ୍ୱର୍ଗତଃ ଦାସଙ୍କ ଅବଦାନ ସର୍ବଦା ଚିରସ୍ମରଣୀୟ ହୋଇ ରହିବ। ତାଙ୍କ ବିୟୋଗ ସାମ୍ବାଦିକ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ବିୟୋଗରେ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ ବୋଲି କହିବା ସହ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଅମର ଆତ୍ମାର ସଦ୍‌ଗତି କାମନା କରି ଶୋକସନ୍ତପ ପରିବାରବର୍ଗଙ୍କୁ ସମବେଦନା ଜ୍ଞାପନ କରିଛନ୍ତି।