Home କଳାହାଣ୍ଡି ଅସହାୟ ପରିବାରକୁ ସହେଯାଗର ହାତ ବଢାଇଲେ ମାନ୍ୟବର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

ଅସହାୟ ପରିବାରକୁ ସହେଯାଗର ହାତ ବଢାଇଲେ ମାନ୍ୟବର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

112

କଳାହାଣ୍ଡି- ତା.୦୧.୦୬.୨୦୨୧ ( ଓଡିଆପୁଅ) କଳହାଣ୍ଡି ଜିଲ୍ଲା ଜୁନାଗଡବ୍ଲକ ଅନ୍ତର୍ଗତ କଳିଆକୁଣ୍ଡଳ ପଲସାପଡାର ବିଜୟ ରଣା ନାମକ ଜଣେ ବ୍ୟକ୍ତିଙ୍କ ଅଦିନରେ ମୃତ୍ୟୁ ହେବାପରେ ତିନି ସନ୍ତାନକୁ ନେଇ ବିଧବା ତପରଣା ଦୁର୍ଦିନରେ ଦିନ କାଟୁଥିଲେ । ତିନି ଛୁଆ କୁ ନେଇ ପରିବାର ଚଳାଇବା କଷ୍ଟସାଧ୍ୟ ହୋଇପଡିଥିଲା । କରୋନା ଜନିତ କଟକଣା ଯୋଗୁଁ ଦୟନୀୟ ସ୍ଥିତିରେ ପରିବାର ଚଳୁଥିବା ବେଳେ ଖବର ପାଇ ଜୁନାଗଡ ବିଧାୟକ ତଥା ରାଜ୍ୟ ଶକ୍ତି ଶିଳ୍ପ ଓ ଗୃହ ରାଷ୍ଟ୍ର ମନ୍ତ୍ରୀ ସହେଯାଗର ହାତ ବଢାଇଛନ୍ତି । ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ବିଜେଡି ସଚିବ ମହେଶ ସାହୁଙ୍କ ନେତୃତ୍ୱରେ ୟୁସୁଫ ପୋପାଟିଆ, ମିଥୁନ ପଣ୍ଡା,ସଂପୂର୍ଣ୍ଣ ନାଏକ, କାଳିଆ ନାଏକ ପ୍ରମୂଖ କଳିଆକୁଣ୍ଡଳ ଯାଇ  ଅସହାୟ ତପ ରଣା ର ପରିବାରକୁ ରାଶନ ସାମଗ୍ରୀ ଓ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ସହିତ ଆର୍ଥିକ ସାହାଯ୍ୟ ଯୋଗାଇ ଦେଇଛନ୍ତି । ସେହିପରି ଅନ୍ୟାନ୍ୟ ସରକାରୀ ସୁବିଧା ମଧ୍ୟ ତାଙ୍କୁ ଯୋଗାଇ ଦେବାକୁ ଭିଡିଓ କଲ ମାଧ୍ୟମରେ ମାନ୍ୟବର ମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି ।
ଜୁନାଗଡ ନିର୍ବାଚନ ମଣ୍ଡଳିର ଜୁନାଗଡ ବ୍ଲକ, ଗୋଲାମୁଣ୍ଡା ବ୍ଲକ ତଥା ଏନଏସି ର ସମଗ୍ର ଅଂଚଳରେ ଏଭଲି ଅସହାୟ ପରିବାର ମାନଙ୍କୁ ସହେଯାଗ କରିବା ପାଇଁ ମାନ୍ୟବର ଜୁନାଗଡ ବିଧାୟକ ତଥା ମନ୍ତୀ ନିଜ ସମର୍ଥକ ମାନଙ୍କୁ ନିର୍ଦ୍ଦେଶ ଦେଇଥିବା ପ୍ରକାଶ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.