Home Top News ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି- ଧର୍ମେନ୍ଦ୍ର ପ୍ରଧାନ

ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି- ଧର୍ମେନ୍ଦ୍ର ପ୍ରଧାନ

38

ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ଆକ୍ରମଣା ଘଟଣାକୁ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ
– ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ?
– ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଆଶା

ଭୁବନେଶ୍ୱର, ଏପ୍ରିଲ ୧୨ (ଓଡ଼ିଆ ପୁଅ) – ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗଙ୍କ ଗାଡ଼ିକୁ ମଝି ରାସ୍ତାରେ ଅଟକାଇ ଗାଡ଼ି ଚାଳକ ଓ ସୁରକ୍ଷାକର୍ମୀଙ୍କୁ ଦିନ ଦ୍ୱିପହରରେ ଆକ୍ରମଣ କରିବା ଘଟଣାକୁ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ର ପ୍ରଧାନ କହିଛନ୍ତି ରାଜ୍ୟର ବିଭିନ୍ନ ସ୍ଥାନରେ ରାଜନୈତିକ ଆକ୍ରୋଶ ରଖି ହେଉଥିବା ଆକ୍ରମଣରୁ ସ୍ପଷ୍ଟ ମନେ ହେଉଛି ଯେ ଆଇନଶୃଙ୍ଖଳା ପରିସ୍ଥିତି ଧୀରେଧୀରେ ରାଜ୍ୟ ସରକାରଙ୍କ ହାତରୁ ଖସିବାକୁ ଯାଉଛି, ଯାହା ରାଜ୍ୟ ପାଇଁ ଶୁଭଙ୍କର ନୁହେଁ। ଯେଉଁଠି ଜନପ୍ରତିନିଧି ସୁରକ୍ଷିତ ନୁହନ୍ତି, ସେଠାରେ ସାଧାରଣ ଲୋକ କିପରି ସୁରକ୍ଷିତ ରହିପାରିବେ ?

ଏହି ଘଟଣାରେ ସମ୍ପୃକ୍ତ ଥିବା ବ୍ୟକ୍ତିଙ୍କ ବିରୋଧରେ ପୋଲିସ ପ୍ରଶାସନ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଟ୍ୱିଟ୍ କରି କେନ୍ଦ୍ରମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.