Odiapua.com

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା – ପାଣିପାଗ କେନ୍ଦ୍ର

ଭୁବନେଶ୍ୱର ୯ -୧୦ (ଓଡ଼ିଆ ପୁଅ) ଉତ୍ତର ଆଣ୍ଡାମାନ-ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଗୋଟିଏ ଘୁର୍ନି-ବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି। ଯାହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ପାଣିପାଗ ବିବାଗ କହିଛି।

ପରବର୍ତ୍ତୀ ସମୟରେ ଏହି ସମ୍ଭାଵ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବା ସହ, ସୃଷ୍ଟି ହେବାର ପରବର୍ତ୍ତୀ ୪ ରୁ ୫ ଦିନ ଯାଏଁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି।